ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ସୁରକ୍ଷା ଦେବେ ‘ଶକ୍ତିଶ୍ରୀ’ ସଂଯୋଜିକା

ଭୁବନେଶ୍ୱର,୧/୮ : ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା । ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି ହୋଇଛି। ବାଲେଶ୍ୱର ଏଫଏମ ଘଟଣା ପରେ ଉଚ୍ଚ ଶିକ୍ଷା ବିଭାର ପକ୍ଷରୁ ଏହି ବଡ ପଦକ୍ଷେପ ଗ୍ରହଣ କରାଯାଇଛି। ଜଣେ ଅଧ୍ୟାପିକାଙ୍କୁ ‘ଶକ୍ତିଶ୍ରୀ’ ସଂଯୋଜିକା ଭାବେ ମନୋନୀତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୪ ସୁଦ୍ଧା ‘ଶକ୍ତିଶ୍ରୀ’ ସଂଯୋଜିକା ମନୋନୀତ କରି ଦାୟିତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରୀଙ୍କୁ ସଶକ୍ତୀକରଣ ଓ ସେମାନଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି।