କମିଲା ସୁନା ଓ ରୁପା ଦର

ଭୁବନେଶ୍ୱର, ୧୭/୦୯ : କମିଲା ସୁନା ଏବଂ ରୁପା ଦର । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୧,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୨,୪୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୧,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୨,୬୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୧,୭୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୨,୪୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୧,୮୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୨,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୨,୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୨,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୧,୭୧୦ ଓ ୧,୦୨,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୨,୦୦୦ ଟଙ୍କା ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

 

SBI_Festive_Digital Billboard