ଆଜି ବିଜୟା ଦଶମୀ : ଚଣ୍ତିପାଠରେ ଫାଟି ପଡୁଛି ଧରିତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ। ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା। ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

ପୁରାଣରେ ବର୍ଣ୍ଣିତ ଅଛି ଯେ, ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା’ ଦୁର୍ଗତିନାଶିନୀ । ଅଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ ।

SBI_Festive_Digital Billboard