ଦିଲ୍ଲୀରେ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୪/୧୦ : ଆଜି ନୂଆଦିଲ୍ଲୀରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜେପି ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସାକ୍ଷାତକାର ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ମାନନୀୟ ନଡ୍ଡା ଜୀଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ବୋଲି ଏକ ଏକ୍ସ ପୋଷ୍ଟ୍‌ ଜରିଆରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

SBI_Festive_Digital Billboard