ମହାକାଳପଡ଼ା, ୧୦/୧୦ : (ଓଡିଶା ଖବର) – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମହାକାଳପଡ଼ା ତହସିଲଦାରଙ୍କୁ ଗିରିଫ କଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ୍ ଶିବ ମଲ୍ଲିକକୁ ଗିରଫ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଟଙ୍କା ସହ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର କ୍ୟାସ୍ ଠାବ କରିଛି ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ଗତ ୨୪ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ । ଆୟର ୧୯୦ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି ଶିବ ମଲ୍ଲିକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ କଟକ ଭିଜିଲାନ୍ସ ଥାନାରେ ରୁଜୁ ହୋଇଛି ମାମଲା ।
