ଭୁବନେଶ୍ୱର, ୧୬/୦୧ : ଅଶାନ୍ତ ହୋଇଛି ସୁନ୍ଦରଗଡ଼ । ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ଯେଉଁଥିରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି । ଇଣ୍ଟରନେଟ୍ ଉପରେ ଲଗାଯାଇଛି କଟକଣା । ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ସହରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । କୌଣସି ଏକ ଗୁଜବକୁ ନେଇ ସୁନ୍ଦରଗଡ଼ ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଉତ୍ତେଜନା ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ହିଂସାର ରୂପ ନେଇଥିଲା। ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି, ଏସପି, ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।