ଭୁବନେଶ୍ୱର, ୧୪/୦୨ : ଆଜି ସନ୍ଧ୍ୟା ୭ଟାରେ ଲୋକସେବା ଭବନରେ ହେବ ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ଆସନ୍ତା ୨୦ରେ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ପୂର୍ବରୁ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ। ଏହି ବୈଠକରେ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ। ମନ୍ତ୍ରୀ ପରିଷଦ ପରେ ବସିବ ସନ୍ଧ୍ୟା ସାଢେ ୭ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମଧ୍ୟ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ।