ବଢ଼ିଲା ପେଟ୍ରୋଲ ଏବଂ ଡିଜେଲ ଦର

ଭୁବନେଶ୍ୱର, ୨୦/୦୨ : ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୬ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୭୪ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୮ ପଇସା ରହିଛି । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।