ଭୁବନେଶ୍ୱର, ୨୧/୦୨ : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୯,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୬,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୬,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୯,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୬,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୬,୩୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୩,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୦,୧୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୬,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୯,୨୮୦ ଓ ୧,୪୬,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୫,୦୦୦ ଟଙ୍କା ହୋଇଛି ।