ଆସନ୍ତା ୨୩ତାରିଖରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୨୧/୦୨ : ଆସନ୍ତା ୨୩ ତାରିଖରେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ଚାଲୁଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଧାନସଭା ଅଧିବେଶନ ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀ ଗଣ ବ୍ୟସ୍ତ ଥିବାରୁ ଶୁଶାଣିକୁ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଖବରକାଗଜ ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ସୂଚନା ଦିଆଯିବ ବୋଲି ବିଭାଗ ସୂଚନା ଦେଇଛି ।