ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୨/୦୨ : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସୃଷ୍ଟ ଲଘୁଚାପ ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । କାଲିଠୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । କାଲି ଘଡ଼ଘଡ଼ି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ବର୍ଷା ସହ କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।