ମାର୍ଚ୍ଚ ୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୨୮/୦୨ : ଆସନ୍ତା ମାର୍ଚ୍ଚ ୨ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବା ନେଇ ସୂଚନା ପ୍ରକାଶ ପାଇଛି l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।