ରାଜଧାନୀରେ ୟୁଟ୍ୟୁବର ହତ୍ୟା ମାମଲା : ୩ ଗିରଫ

ଭୁବନେଶ୍ଵର, ୦୧/୦୩ : ରାଜଧାନୀରେ ୟୁଟ୍ୟୁବର ହତ୍ୟା ମାମଲାରେ ଜଣେ ଯବାନଙ୍କ ସହ ୩ ଜଣଙ୍କୁ ଗିରଫ କରାଯାଇଛି। ଜଣେ ଯବାନ ଓ ତାଙ୍କର ଦୁଇ ପୁତୁରାକୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ମୃତ ଯୁବକ ରାହୁଲ ମହାରଣା ବୋଲି ଜଣାପଡିଛି । ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି। ରାହୁଲଙ୍କୁ ରକ୍ତ ଜଡ଼ୁଜୁଡ଼ୁ ଅବସ୍ଥାରେ ତୁରନ୍ତ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ କମିଶନରେଟ୍ ପୁଲିସ୍ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ଛୁରୀ ଜବତ କରିଛି। ମଦ୍ୟପାନ ଓ ପରେ ଯୁକ୍ତିତର୍କକୁ ନେଇ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି।