ହୋଲିରେ କମିଛି ସୁନା ଏବଂ ରୁପା ଦର, ଜାଣନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱର, ୦୪/୦୩ : ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୪,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୦,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୪,୫୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୫୦,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୪,୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୫୦,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୪,୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୫୦,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୫,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୨,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୪,୫୧୦ ଓ ୧,୫୦,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୫,୦୦୦ ଟଙ୍କା ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।