ଭୁବନେଶ୍ୱର, ୨୨/୦୫ : ଆସୁଛି ଲଘୁଚାପ। ଡହଡହ ଖରା, ତାତିରୁ ମିଳିବ ଆଶ୍ୱସ୍ତି। ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏହି ଲଘୁଚାପ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ। ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ଜୋର ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।