ଭୁବନେଶ୍ୱର, ୨୯/୦୫ : ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୭,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୪, ୫୦୦ ଟଙ୍କା ଛୁଇଁଛି । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୭,୬୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୪, ୫୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୭,୬୪୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୪, ୫୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୭, ୭୯୦ ଟଙ୍କା ଓ ୨୨ କ୍ୟାରଟେ ୧,୪୪,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୯,୨୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୬,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୭,୬୪୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୪,୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୦,୦୦୦ ଟଙ୍କା ହୋଇଛି ।