ପଶ୍ଚିମ ଓଡ଼ିଶାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା : ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର, ୦୭/୦୭ : ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଉପକୂଳରେ ବର୍ଷା କମିଥିବା ବେଳେ ପଶ୍ଚିମରେ ପ୍ରବଳ ବର୍ଷା ହେଉଛି। ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।