ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୨୬/୦୭ : ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ଆସନ୍ତାକାଲି ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି ନେଇଛି । ୨୭ ଜୁଲାଇ ୨୦୨୬ ସୋମବାର ଦିନ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ, OAV ଓ KV ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଏହି ନିଷ୍ପତ୍ତି ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍ତରର ସମସ୍ତ ବିଦ୍ୟାଳୟ ପାଇଁ ପ୍ରଯୁଜ୍ୟ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଜିଲ୍ଲାପାଳ ଏହି ଆଦେଶ ଜାରି କରିଛନ୍ତି।

SBI AD