ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୧/୦୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି । ହେଲିକପ୍ଟରରେ ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି । କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ ଭଦ୍ରକରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର ରାଜେଶ ପ୍ରଭାକର ପାଟିଲ ଉପସ୍ଥିତ ଅଛନ୍ତି । ଉତ୍ତର ଓଡ଼ିଶାରେ ଲଗାଣ ବର୍ଷା ପ୍ରଭାବରେ ଆସିଥିବା ବନ୍ୟାରେ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ବୈତରଣୀ, ଜଳକା, ସାଳନ୍ଦୀ ଓ ବୁଢ଼ାବଳଙ୍ଗ ଆଦି ନଦୀରେ ବନ୍ୟା ଆସିବା ଦ୍ୱାରା କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ଭୟଙ୍କର ବନ୍ୟା ଆସିଛି । ସେହିପରି ଛତିଶଗଡ଼ ଉପର ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରୁ ବନ୍ୟା ଜଳ ଛଡ଼ାଯିବା ଦ୍ୱାରା ମହାନଦୀରେ ବନ୍ୟା ଆସିଛି । ଫଳକ କଟକ, କେନ୍ଦ୍ରାପଡ଼ା ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧାରେ ଅନେକ ଅଞ୍ଚଳ ଜଳ ମଗ୍ନ ହୋଇଛି । ଶତାଧିକ ଲୋକେ ଏବେ ପାଣି ଘେରରେ ଜୀବନ ବିତାଉଛନ୍ତି ।

SBI AD