ଭୁବନେଶ୍ୱର, ୧୯/୦୮ : ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ, ସକାଳ ସାଢ଼େ ୮ଟା ସୁଦ୍ଧା ପ୍ରବଳ ବର୍ଷା ନେଇ ଚେତାବନୀ ଜାରି। ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ଅରେଞ୍ଜ୍ ୱାର୍ଣ୍ଣିଂ । ଏହା ସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ସହ ବଜ୍ରପାତ ଓ ଝଟକା ପବନର ଆଶଙ୍କା ମଧ୍ୟ ରହିଛି ।