ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୧/୦୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ଅପରାହ୍ନ ୩ଟା ୩୦ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବେ। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହୋଇଥିବା ଶିଖର ସମ୍ମିଳନୀର ଉଦଯାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ଥର ପାଇଁ ସେପ୍ଟେମ୍ବର ୧ ଓ ୨ ତାରିଖ ଦୁଇଦିନ ଧରି ଶିଖର ସମ୍ମିଳନୀ ଆୟୋଜନ କରାଯାଉଛି । ଉଦଯାପନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।