ଭୁବନେଶ୍ୱର, ୦୫/୧୦ : ଅବକାରୀ ନୀତି ଅନୁସାରେ ଆଗାମୀ ତିନି ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ନିଶା କେବଳ ବ୍ୟକ୍ତିଗତ ଜୀବନକୁ ନୁହେଁ, ବରଂ ସମଗ୍ର ପରିବାର ଓ ସମାଜକୁ ବରବାଦ କରିଦେଉଛି ବୋଲି କହିବା ସହ ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୁଲିସ, ପକ୍ଷରୁ ଅନୁଷ୍ଠିତ ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ- ୨.୦’ରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରୁ ନିଶାକୁ ମୂଳପୋଛ କରିବା ପାଇଁ ଦୃଢ଼ ଆହ୍ୱାନ ଦେଇଛନ୍ତି।