ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅକଭାନ୍’ : ଆସନ୍ତାକାଲିଠୁ ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୭/୧୧ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଚଳିତ ସିଜନର ତୃତୀୟ ବାତ୍ୟା ‘ଅକଭାନ୍’ । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଏହା ବାତ୍ୟାର ରୂପ ନେଇଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ବାତ୍ୟା ବର୍ତ୍ତମାନ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି ।