ଭୁବନେଶ୍ୱର,୩୧/୫ : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ଆଉ ୧୯ ଜିଲ୍ଲାରେ ୧୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ନୂଆ ୧୨୯ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗଜପତିରୁ ୧୬ଜଣ, ନୂଆପଡ଼ାରୁ ୧୨ଜଣ, ବଲାଙ୍ଗିରରୁ ୧୧ଜଣ, ଗଞ୍ଜାମ ଓ ଯାଜପୁରରୁ ୧୦ ଜଣ ଲେଖାଏ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ବାଲେଶ୍ୱର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ରୁ ୬ଜଣ ଲେଖାଏ,କଟକରୁ ୫ଜଣ, ଦେବଗଡ଼ରୁ ୪ଜଣ, ପୁରୀରୁ ୪ଜଣ, କେନ୍ଦୁଝରରୁ ୩ଜଣ ଓ ଜଗତସିଂହପୁରରୁ ୨ଜଣ,ମାଲକାନଗିରି, ଢେଙ୍କାନାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୦ ଜଣ ଚିକିତ୍ସାଧୀନ ଥିବାବେଳେ ୮୮୯ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି।