ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୧୫୬ କରୋନା ରୋଗୀ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୦୪

ଭୁବନେଶ୍ୱର,୧/୬: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁଣି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଓଡ଼ିଶାରେ ଆଉ ୧୫୬ ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ସହ ୨୧୦୦ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୧୯ ଜିଲ୍ଲାରୁ ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ । କଟକରୁ୨୦,ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୧, କନ୍ଧମାଳରୁ ୯, ଭଦ୍ରକରୁ ୭, ଖୋର୍ଦ୍ଧାରୁ ୩, ନୟାଗଡରୁ ୩, ସୁନ୍ଦରଗଡରୁ ୩, ବୌଦ୍ଧରୁ ୧, ନୂଆପଡାରୁ ୩, ମୟୂରଭଞ୍ଜରୁ ୩, ବଲାଙ୍ଗୀରରୁ ୨, , କେନ୍ଦୁଝରରୁ ୧, ମାଲକାନଗିରିରୁ ୧, ସମ୍ବଲପୁରରୁ ୨, ବରଗଡରୁ ୩, ସୋନପୁରରୁ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ ପ୍ରତିଶତ ବ୍ୟକ୍ତି ବାହାର ରାଜ୍ୟ ଫେରନ୍ତା।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୦୩ ଜଣ ସ୍ଥାନୀୟ ଲୋକ। ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୬୯ ଜଣ ଚିକିତ୍ସାଧୀନ ଥିବାବେଳେ ୧୧୨୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି।