ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର,୧୨/୬ : ରାଜ୍ୟବାସୀଙ୍କ ପାଇଁ ଖୁସି ଖବର, ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ।

ଏହି ସମୟରେ, ପୂର୍ବ-କେନ୍ଦ୍ରୀୟ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯାଇ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିଛି | ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।