ଭୁବନେଶ୍ୱର, ୨୦/୬ : ପ୍ରବାସୀ ଶ୍ରମିକଙ୍କ କଲ୍ୟାଣକୁ ସର୍ବଦା ଦୃଷ୍ଟିରେ ରଖି ଶ୍ରମିକମାନଙ୍କୁ କାମ ଦେବା ଓ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ତଥା ଗ୍ରାମୀଣ ବିକାଶର ଅପାର ସମ୍ଭାବନା ଗୁଡିକୁ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ ହୋଇଥିବା ଗରିବ କଲ୍ୟାଣ ରୋଜଗାର ଅଭିଯାନକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପ୍ରଧାନମନ୍ତ୍ରୀ ପୂର୍ବ ଭାରତର ସମଗ୍ର ବିକାଶକୁ ପ୍ରାଥମିକତା ଦେଇ ଓଡ଼ିଶାର ୪ଟି ଜିଲ୍ଲା ଗଞ୍ଜାମ, ଭଦ୍ରକ, ବଲାଙ୍ଗିର ଏବଂ ବାଲେଶ୍ୱରକୁ ଗରିବ କଲ୍ୟାଣ ରୋଜଗାର ଅଭିଯାନ ସହ ଯୋଡ଼ିଛନ୍ତି । ଯଦ୍ୱାରା ଏହି ଜିଲ୍ଲାର ଶ୍ରମିକ ତଥା ପ୍ରବାସୀ ଶ୍ରମିକମାନେ ରୋଜଗାର ପାଇପାରିବେ ଏବଂ ସେମାନଙ୍କ ଜୀବନଜୀବିକାରେ ପରିବର୍ତ୍ତନ ଆସିବ । ଏଥିପାଇଁ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।