ଭୁବନେଶ୍ବର,୨୧/୬: ରାଜ୍ୟରେ ବଢି ଚାଲିଛି କରୋନା ସଂକ୍ରମିତ ସଂଖ୍ୟା । ଆଜି ଆଉ ୩୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ଚିହ୍ନଟ ହୋଇଥିବା ୩୦୪ ସଂକ୍ରମିତଙ୍କ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୪୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଯାପୁର ଜିଲ୍ଲାରୁ ୨୧ ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ ରହିଛନ୍ତି ।