ଭୁବନେଶ୍ୱର, ୧୪/୮ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୯୭୭ କରୋନା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୧୯୮୧ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪ ହଜାର ୬୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।