ମୟୁରଭଞ୍ଜ, ୧୭/୮ : ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଜିଙ୍କିରିଆ ଛକ ଠାରେ ଆଜି ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳି ପାରିନାହିଁ । ସେମାନଙ୍କୁ ବାରିପଦା ମେଡ଼ିକାଲରେ ଭର୍ତି କରାଯାଇଛି। ସୂଚନା ଅନୁଯାୟୀ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିବାରୁ ଏହି ଦୁର୍ଘଟଣା ଘଟିଛି ।