ନୂଆଦିଲ୍ଲୀ, ୧୮/୮ : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଆଜି ଦେଶର ୫୫ ହଜାର ୦୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୨ ହଜାର ୭୪୩ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୮୭୬ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୫୧ ହଜାର ୭୯୭କୁ ବୃଦ୍ଧି ପାଇଛି।
ଦେଶରେ ଏବେ ୬ଲକ୍ଷ ୭୩ ହଜାର ୧୬୬ ସକ୍ରିୟ ରୋଗୀ ରହିଥିବାବେଳେ ୧୯ ଲକ୍ଷ ୭୭ ହଜାର ୭୮୦ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।