ଗଣେଶ ପୂଜା ଜନସ୍ୱାର୍ଥ ମାମଲା ପ୍ରସଙ୍ଗ : ସ୍ଥାନୀୟ ଅଧିକାରୀଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ହାଇକୋର୍ଟ

ଭୁବନେଶ୍ୱର, ୨୦/୮ : ଗଣେଶ ପୂଜା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ପ୍ରସଙ୍ଗ। ଦୈତ୍ୟ ନଗରୀରେ ଗଣେଶ ପୂଜା ଉପରେ କଟକଣା ନେଇ ହାଇକୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସ୍ଥାନୀୟ ପ୍ରଶାସନ ପୂଜା ଆୟୋଜନ ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, କରୋନା କଟକଣା ଯୋଗୁଁ ଏବର୍ଷ ଟ୍ୱିନ ସିଟିର କୌଣସି ମଣ୍ଡପରେ ଗଣେଶ ପୂଜା ହେବ ନାହିଁ ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଗଣେଶ ପୂଜା ବନ୍ଦ କରିବାକୁ ନେଇ ଗତ ୧୩ ତାରିଖରେ କମିଶନରେଟ୍ ପୋଲିସ୍ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଥିଲା ।

ପୋଲିସ୍ କମିଶନରେଟ୍ ଟ୍ବିଟ୍ କରି ସୂଚନା ଦେଇଥିଲେ ଯେ, ଚଳିତ ବର୍ଷ କଟକ, ଭୁବନେଶ୍ବରରେ ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ଦେଖି ଏପରି ନିଷ୍ପତ୍ତି ନିଆଯାଇଛି । ଏବର୍ଷ ମୁମ୍ବାଇରେ ମଧ୍ୟ ଗଣେଶ ପୂଜା ହେବ ନାହିଁ। ସମସ୍ତଙ୍କୁ ଏହି ନିର୍ଦ୍ଦେଶ ପାଳନ କରିବାକୁ ଅନୁରୋଧ କରାଯାଇଥିଲା ।