ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା, ୪୨୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୨୫/୮ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୯ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୯ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୨ ଜଣ, ସୁନ୍ଦରଗଡ ଜିଲାରୁ ୨ ଜଣ ଏବଂ ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ୱର ଓ ବଲାଙ୍ଗୀର ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।