ଭୁବନେଶ୍ୱର, ୨୬/୮ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ସର୍ବାଧିକ ୩୩୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୦୫୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୩୧୮ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୩୩୭୧ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭ ହଜାର ୬୦୨କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୨୭୬୩୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୯୪୭୦ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।