ଭୁବନେଶ୍ୱର, ୩୧/୮ : ରାଜ୍ୟରୁ ଆଜି ସର୍ବାଧିକ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୭୭୨୮୬ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ରାୟଗଡ଼ାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।