ଭୁବନେଶ୍ୱର, ୧/୯ : ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତା ଅଜିତ ନାରାୟଣ ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି। ଗତକାଲି ରାତି ୨ ଘଟିକା ସମୟରେ ନିଃଶ୍ୱାସ ପ୍ରଶ୍ୱାସରେ କଷ୍ଟ ଅନୁଭୂତ ହେବାରୁ ତାଙ୍କ ଝିଅ, ଓଡ଼ିଶା ମୋ ପରିବାରର ଆବାହକ ଶ୍ରୀ ଅରୂପ ପଟ୍ଟନାୟକ ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡାଙ୍କୁ ଜଣାଇଥିଲେ। ଆଜି ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ଅଜିତଙ୍କୁ ଭୁବନେଶ୍ୱର ସ୍ଥିତ ସମ୍ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେ ଏବେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି।