ରାଜ୍ୟରେ ଆଜି ଆଉ ୮ ଜୀବନ ନେଲା ମହାମାରୀ କରୋନା, ୫୨୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୩/୯ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୮ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୮ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ, କଟକ ଜିଲାରୁ ୨ ଜଣ ଏବଂ ବାଲେଶ୍ୱର, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।