ଭୁବନେଶ୍ୱର, ୩/୯ : ସେପ୍ଟେମ୍ବର ୫ ତାରିଖ (ଶନିବାର)ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଅପରାହ୍ଣ ୪ଟାରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । କୋଭିଡ୍ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଛି । ଚଳିତ ବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ ମାସ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ୧୯ ତାରିଖରେ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଥିଲା ।