ନୂଆଦିଲ୍ଲୀ, ୭/୯ : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଆଜି ଦେଶରେ ୯୦ ହଜାର ୮୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୪ ହଜାର ୬୧୩ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୧୬ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୭୧ ହଜାର ୬୪୨କୁ ବୃଦ୍ଧି ପାଇଛି।
ଦେଶରେ ଏବେ ୮ ଲକ୍ଷ ୮୨ ହଜାର ୫୪୨ ସକ୍ରିୟ ରୋଗୀ ରହିଥିବାବେଳେ ୩୨ ଲକ୍ଷ ୫୦ ହଜାର ୪୨୯ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।