ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୭/୯ : ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ ବୋଲି ଜଣାପଡ଼ିଛି। ଏନେଇ ନିଜେ ମନ୍ତ୍ରୀ ଟ୍ୱିଟ ଯୋଗେ ସ୍ପଷ୍ଟ କରିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ଓ ଟେଷ୍ଟ କରାଇବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।