ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚରଙ୍କ ସ୍ୱାମୀ ଦୀପକ କୋଚର ଗିରଫ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ତଥା ପରିଚାଳନା ନିର୍ଦ୍ଦେଶକ ଚନ୍ଦା କୋଚରଙ୍କ ସ୍ୱାମୀ ଦୀପକ କୋଚରଙ୍କୁ ଗିରଫ କରିଛି। ଆଇସିଆଇସିଆଇ ବ୍ୟାଙ୍କ-ଭିଡିଓକନ୍ ମାମଲାରେ ଦୀପକଙ୍କୁ ଗିରଫ କରାଯାଇଛି। ତାଙ୍କୁ ‘ପ୍ରିଭେନ୍‌ସନ୍ ଅଫ୍ ମନି ଲଣ୍ଡରିଙ୍ଗ୍ ଆକ୍ଟ୍‌’ ବ୍ୟବସ୍ଥାନ ଅନୁସାରେ ଗିରିଫ କରାଯାଇଛି। ଆଜି ପଚରା ଉଚୁରା ନିମନ୍ତେ ପ୍ରବର୍ତ୍ତନ ନିର୍ଦେଶାଳୟ ଦୀପକ କୋଚ୍ଚରଙ୍କୁ ଦିଲ୍ଲୀ କାର୍ଯ୍ୟାଳୟକୁ ଡକାଇଥିଲା।