ଭୁବନେଶ୍ୱର, ୧୦/୯ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୧ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁ ବରଣ କରିଥିବା ୧୧ ଜଣଙ୍କ ମଧ୍ୟରେ କଟକ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବାବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଭୁବନେଶ୍ୱରରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।