ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର, ୧୫/୯ : ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜିଏସ୍‌ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍‌କୁ କ୍ୟାବିନେଟ୍‌ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି। ଏହାସହିତ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବ ରହିଛି। ସେହିପରି ସର୍ବସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ପ୍ରକଳ୍ପ ନିର୍ମାଣ ପାଇଁ ଆହ୍ବାନ ହୋଇଥିବା ଟେଣ୍ଡରକୁ ମଞ୍ଜୁରି ମିଳିବ ବୋଲି ଜଣାପଡ଼ିଛି।