ଭୁବନେଶ୍ୱର,୮ /୧୦ : ଭୁବନେଶ୍ୱରରୁ ଆଜି ମୋଟ୍ ୩୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୮୩ ଜଣ ସଂଗରୋଧ ଓ ୨୨୬ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୪ ହଜାର ୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୦ ହଜାର ୮୮୮ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୫୧୯ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୦୯ ଜଣଙ୍କର ମୃତ୍ୟୁ ହୋଇଛି।