୧୭ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ସୂଚନା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର, ୧୪/୧୦ : ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଲାଗିରହିଛି । ଆଜି ପୂର୍ବାହ୍ନ ୧୧ଟା ଯାଏଁ ୧୭ ଜିଲାକୁ ଘଡଘଡି ସହ ବର୍ଷା , ବଜ୍ରପାତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର, ମୟୂରଭଂଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଂଜାମ, ଗଜପତି, କୋରାପୁଟ ଓ ମାଲକାନଗିରି। ବର୍ଷା ସମୟରେ ବଜ୍ରପାତ ଆଶଙ୍କା ଥିବାରୁ ପାଣିପାଗ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛି ।