୧୯ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୫ /୧୦: ଆଗାମୀ ଅକ୍ଟୋବର ୧୯ ତାରିଖରେ ବଙ୍ଗୋବସାଗରର କେନ୍ଦ୍ରୀୟ ଉପକୂଳରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏଥିସହ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଉପକୂଳରୁ ପୂର୍ବ କେନ୍ଦ୍ରୀୟ ଆରବ ସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ ବର୍ତ୍ତମାନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶା ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ଏବେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଯାଇଛି। ଏବଂ ରାଜ୍ୟରେ ବର୍ଷାର ପ୍ରଭାବ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।