ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ

ବାଲେଶ୍ୱର,୧୫ /୧୦ : ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି। ବିଜେଡି ପ୍ରାର୍ଥୀ ସ୍ବରୂପ କୁମାର ଦାସ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା, ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ମନ୍ତ୍ରୀ ସମୀର ରଂଜନ ଦାଶ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଦେବୀ ମିଶ୍ର ଓ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ପ୍ରମୁଖ ଉପସ୍ଥିତ ଥିଲେ।