ଭୁବନେଶ୍ଵର,୧୯/୧୦ : ରାଜ୍ୟର ୩୦ଟି ଜିଲ୍ଲାରୁ ଆଜି ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୩୦୦ ଓ କଟକରୁ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟକୁ ଆଧାର କରି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୮୨୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ତେବେ ଅନୁଗୋଳରୁ ୧୧୯, ବାଲେଶ୍ଵରରୁ ୮୬, ବରଗଡ଼ରୁ ୪୬, ଭଦ୍ରକରୁ ୬୩ ଏବଂ ବଲାଙ୍ଗୀରରୁ ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ବୌଦ୍ଧରୁ ୧୧, ଦେବଗଡ଼ରୁ ୧୪, ଢେଙ୍କାନାଳରୁ ୫୫, ଗଜପତିରୁ ୧୦, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୫୫, ଯାଜପୁରରୁ ୮୬, ଝାରସୁଗୁଡାରୁ ୫୦, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୨୩, କେନ୍ଦ୍ରାପଡାରୁ ୬୫, କେନ୍ଦୁଝରରୁ ୫୯, କୋରାପୁଟରୁ ୪୨ ଏବଂ ମାଲକାନଗିରିରୁ ୪୧ ଜଣ କରୋନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।