ଭୁବନେଶ୍ୱର, ୨୧/୧୦: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମେ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହାପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗରେ ଆନ୍ଧ୍ର-ଓଡ଼ିଶା ଉପକୂଳର ଦୂରରେ ପଶ୍ଚିମ-ଉତ୍ତର ବଙ୍ଗୋପସାଗରକୁ ଗତି କରିବ। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ୩ ଦିନ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆସନ୍ତାକାଲି ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଡ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ବର, ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।