ନୂଆଦିଲ୍ଲୀ, ୨୨/୧୦ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୪ କୋଟି ୧୪ ଲକ୍ଷ ୫୯ ହଜାର ୨୮୦ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୧ ଲକ୍ଷ ୩୫ ହଜାର ୬୪୬ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୯ ଲକ୍ଷ ୨୪୧ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୯୪ ଲକ୍ଷ ୨୩ ହଜାର ୩୯୩ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୭୪ ହଜାର ୧୮୪ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫ ଲକ୍ଷ ୮୨ ହଜାର ୫୨ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୨୭ ହଜାର ୩୫୮ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୫୫ ଲକ୍ଷ ୯୯ ହଜାର ୩୫୮ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୭ ଲକ୍ଷ ୫୫ ହଜାର ୩୩୬ । ଏଥିରୁ ୧୫ ହଜାର ୭୭୧ ଜଣ ଗୁରୁତର ଅଛନ୍ତି ।